ଆଜିର ରାଶିଫଳ: କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ

1 2,405

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ରାଜନୀତିରେ ଉଚ୍ଚପଦ ମିଳିପାରେ । ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ । ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ ।

ବୃଷ: ଭାଗ୍ୟର ସହଯୋଗ ମିଳିବ । ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । ଧନଲାଭର ନୂଆ ଅବସର ପ୍ରାପ୍ତ ହେବ । ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି ।

ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ । ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ । ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ । ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ ।

କର୍କଟ: ସମୟ ଆପଣଙ୍କ ପାଇଁ ଅନୁକୂଳ । ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ । ମହିଳାଙ୍କର ଅଫିସରେ ଉନ୍ନତି ହେବ । ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ ।

ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ । କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ । ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ । ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ ।

କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ । ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀଙ୍କୁ ଧନଲାଭ ହେବ । ଲେଖକଙ୍କୁ ପୁରସ୍କାର ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ ।

ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ । ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ । ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ । ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ ।

ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ । ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ । ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ । ପରିବାର ଲାଗି ଦିନଟି ଅନୁକୂଳ ରହିବ ।

ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ । ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ ।

ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ । ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ । ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ । ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ ।

କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ । ଶୁଭ ସମାଚାର ମିଳିବା ଯୋଗ ରହିଛି । କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ମୀନ: ପାରିବାରିକ ଗତିବିଧିରେ ଅଧିକ ସମୟ କଟିବ । ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ । ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ ।

1 Comment
  1. Josephine says

    Item description accurate,well packed. Will recommend. A++++++++++++++++++

Leave A Reply

Your email address will not be published.