କେନ୍ଦୁପଦର ନିମିନା ବୃନ୍ଦାବନ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

0 150

ଆସିକା,୧/୧୧(ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ କେନ୍ଦୁପଦର ଏନ.ବି.ସି ମହାବିଦ୍ୟାଳୟରେ ଆଜି ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ହରିଶଙ୍କର ପାଣ୍ଡେଙ୍କ ତତ୍ୱାବାଧାନରେ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟ ପରିସର ଠାରେ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା ।

ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଅକ୍ଟୋବର ୨୮ ତାରିଖରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ମଧ୍ୟ ମହାବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଛି । ଦୁର୍ନୀତି ନିବାରଣ ଉପରେ ସଚେତନତା ଦୃଷ୍ଟିରୁ ସରକାରଙ୍କ ନିର୍ଦ୍ଧେଶାନୁରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ମାନଙ୍କୁ ନେଇ ମହାବିଦ୍ୟାଳୟରେ “ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତି” ବିଷୟ ଉପରେ ବକୃତା ଓ ରଚନା ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଶୈକ୍ଷିକ ଅଧିକାରୀ ଡଃ.କୁନା ସୁନା, ଜାତୀୟ ସେବା ଯୋଜନା ସଂଯୋଜକ ସିଲୁ ସେଠି ପ୍ରମୁଖ ଅନୁଷ୍ଟିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.